www.samajalive.in
Sunday, December 7, 2025
16.1 C
Bhubaneswar

କୋଠା ସେଟ୍ରିଂ ପଡ଼ି ୪ ଶ୍ରମିକ ମୃତ

ନୋଏଡ଼ା : ନୋଏଡ଼ା ସେକ୍ଟର ୯୪ରେ ରବିବାର ଅପରାହ୍ଣରେ ଏକ ନିର୍ମାଣଧୀନ କୋଠା ସେଟ୍ରିଂ ପଡ଼ି ୪ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୨ରୁ ଅଧିକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ନୋଏଡ଼ା ସେକ୍ଟର ୯୪ର ବିପିଟିଭି କ୍ୟାପିଟାଲ ସିଟିରେ ୧୮ ମହଲା ବିଶିଷ୍ଟ ଏକ ଅଟ୍ଟାଳିକାର ନିର୍ମାଣ ଚାଲିଛି। ରବିବାର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ହଠାତ୍‍ ବିଲ୍ଡିଂର ସେଟ୍ରିଂ ଖସି ପଡ଼ିଥିଲା। ସେଟ୍ରିଂ ତଳେ ଚାପି ହୋଇ ସେଠାରେ କାର୍ଯ୍ୟ କରୁଥିବା ୪ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେଟ୍ରିଂ ଖସିପଡ଼ିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍‍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories