www.samajalive.in
Thursday, December 11, 2025
27.1 C
Bhubaneswar

ଦେଶରେ ଆଉ ୧୬ହଜାର ୧୩୫ ପଜିଟିଭ୍‌ ଚିହ୍ନଟ; ୨୪ ମୃତ

ନୂଆଦିଲ୍ଲୀ: ଆଜି ଦେଶରେ ଆଉ ୧୬ହଜାର ୧୩୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧ଲକ୍ଷ ୧୩ହଜାର ୮୬୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍‌ ଲାଗୁନାହିଁ । ଗୋଟିଏ ଦିନରେ ଦେଶରେ ଆଉ ୨୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୪.୮୫% ରହିଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୨୨୩ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୮,୭୯,୪୭୭ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୭.୯୮ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories