www.samajalive.in
Saturday, December 13, 2025
15.1 C
Bhubaneswar

ଲଘୁଚାପ ପ୍ରଭାବ : ରାଜ୍ୟସାରା ବର୍ଷିବ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ସୋମବାର ପ୍ରତ୍ୟୁଷରେ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ହେବା ଦ୍ବାରା ଚାଷକାର୍ଯ୍ୟ ଆଗେଇବ। ତେବେ ତଳୁଆ ଓ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ସୋମବାର ଅପରାହ୍ଣ ୫.୩୦ ପର୍ଯ୍ୟନ୍ତ ଭୁବନେଶ୍ବରରେ ସର୍ବାଧିକ ୪୭ ମିମି ବର୍ଷା ରେକର୍ଡ଼ ହୋଇଛି। ମାଲକାନଗିରିରେ ୨୫.୪ମିମି, ଅନୁଗୋଳରେ ୧୯ମିମି ବର୍ଷା ରେକର୍ଡ଼ ହୋଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ପାଣିପାଗ ସୂଚନାନୁଯାୟୀ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧରେ ଏହି ସମୟ ମଧ୍ୟରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମାଲକାନଗିରି ପ୍ରଭୃତି ୧୧ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ହଳଦିଆ ସତର୍କତା ଜାରି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାର ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବିଶେଷକରି ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁର ଏବଂ ଅନୁଗୋଳରେ ପ୍ରବଳ ବର୍ଷା ହେବା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଜି. ଉଦୟଗିରିରେ ସର୍ବାଧିକ ୧୨ ସେମି, ହରଭଙ୍ଗା, ଆଠମଲ୍ଲିକ ଓ ଅମ୍ବାଭୋନାରେ ୧୧ ସେମି ଲେଖାଏଁ, ତେଲକୋଇରେ ୯, କଳିଙ୍ଗାରେ ୮, ରେଢ଼ାଖୋଲ, ବାଂଶପାଳ, ପୁରୁଷୋତ୍ତମପୁର, କେ.ନୂଆଗାଁ ଓ କୋଟପାଡରେ ୭ ସେମି ଲେଖାଏଁ ବର୍ଷା ହୋଇଛି। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୦ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories