www.samajalive.in
Sunday, December 7, 2025
26.1 C
Bhubaneswar

ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟଙ୍କା ମଞ୍ଜୁର

ଭୁବନେଶ୍ୱର : ରାଜ୍ୟରେ ୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ୟ୍ୟାୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ,୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି । ତଦନୁଯାୟୀ ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ୟ୍ୟୟରେ ୨୯.୩୬ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି।
ଓଡ଼ିଶା ରାଜ୍ୟ ବିପର୍ୟ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ୟ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ୟ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ୟ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୨୯.୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ କାର୍ୟ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories