www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରାକ୍ଟର ଓଲଟି ଜଣେ ମୃତ, ୨ ଆହତ

ପାପଡାହାଣ୍ଡି: ଟ୍ରାକ୍ଟର ଓଲଟି ଜଣେ ୨୫ ବର୍ଷୀୟ ଯୁବକର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନା ମୁତାବକ ପାପଡାହାଣ୍ଡି ବ୍ଲକ ସାନ ବାର୍ଲି ପଂଚାୟତ ର ନୂଆଗୁଡା ଗ୍ରାମର ୨୫ ବର୍ଷୀୟ ଯୁବକ ଜବର ଜାନି ଟ୍ରାକ୍ଟର ଚଳାଇ ନିକଟସ୍ଥ ବିଲକୁ ସାର ନେଇ ଫେରିବା ବେଳେ ନୂଆଗୁଡା ନିକଟସ୍ଥ ଡ଼ଙ୍ଗରି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଡ୍ରାଇଭର ଜବର ଜାନି ଜଣଙ୍କ ଟ୍ରାକ୍ଟର ତଳେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ଏଥିରେ ବସିଥିବା ଅନ୍ୟ ଦୁଇଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଖବର ପାଇ ମୈଦାଲପୁର ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଥିବା ବେଳେ ଆସନ୍ତାକାଲି ଶବ ବ୍ୟବଛେଦ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories