www.samajalive.in
Sunday, December 14, 2025
14.1 C
Bhubaneswar

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଆଠଗଡ଼: ଆଠଗଡ଼ ଭାରତୀୟ ଜନତା ପାର୍ଟୀ ପକ୍ଷରୁ ଗାନ୍ଧିମାର୍ଗସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୧୨୨ତମ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି। ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବ୍ରଜେନ୍ଦ୍ର ରାୟଙ୍କ ପରାମର୍ଶକ୍ରମେ ନଗରମଣ୍ଡଳ ସଭାପତି ହେମନ୍ତ କୁମାର ମହାନ୍ତିଙ୍କ ପୌରୋହିତ୍ୟରେ ଏହି ଜୟନ୍ତୀ ଉତ୍ସବ ପାଳିତ ହୋଇଥିଲା। ଶ୍ରୀ ମହାନ୍ତି, ଉପସଭାପତି ପ୍ରଦୀପ ମହାପାତ୍ର, ସାଧାରଣ ସଂପାଦକ ରମାକାନ୍ତ ସେନାପତି, ବରିଷ୍ଠ କାର୍ଯ୍ୟକର୍ତ୍ତା ଦିଲ୍ଲୀପ ସେଠୀ ଓ ହିମାଂଶୁ ସାହୁ ପ୍ରମୁଖ ଶ୍ରୀ ମୁଖାର୍ଜୀଙ୍କର ଦେଶର ସ୍ୱାଧୀନତା ସଂଗ୍ରାମ ଓ ଦେଶ ଗଠନରେ ଅବଦାନ ସଂପର୍କରେ ଆଲୋକପାତ କରି ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶ ସେବାରେ ବ୍ରତୀ ହେବା ପାଇଁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତା ଶ୍ରୀ ମୁଖାର୍ଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories