www.samajalive.in
Sunday, December 14, 2025
26.1 C
Bhubaneswar

ସାନ୍ତରାପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନମହୋତ୍ସବ

ପାଟଣା: ଘଟଗାଁ ବ୍ଳକର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସାନ୍ତରାପୁର ନୋଡାଲ ଉ:ପ୍ରା ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇ ବନମହୋତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ସତ୍ୟବ୍ରତ ରାଉତଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ରଣଜିତ ନାୟକ, ସମ୍ମାନିତ ଅତିଥି ଭାବେ ସାନ୍ତରାପୁର ସରପଞ୍ଚ ବବିତା ସିଂ, ସାଧନ କେନ୍ଦ୍ର ସଂଯୋଜକ ଅଜୟ କୁମାର ପ୍ରଧାନ, ଏସ୍ଏମସି ସଭାପତି ସଞ୍ଜୟ ବେହେରା ପ୍ରମୁଖ ଛାତ୍ରଛାତ୍ରୀଙ୍କ ସହ ଯୋଗଦେଇ ଅଶୋକ, ଅଁଳା, ଡାଲିଆ, ବଉଳ ଆଦି ପ୍ରଭୃତି ମୋଟ ୩୦ରୁ ଅଧିକ ଚାରା ରୋପଣ କରିଥିଲେ। “ବୃକ୍ଷ ହିଁ ଆମର ଜୀବନ” ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଇବା ସହ ବୃକ୍ଷରୋପଣ କରିବା ଲାଗି ସେମାନଙ୍କୁ ଅତିଥିମାନେ ପ୍ରୋତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories