www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ବି ପ୍ରବଳ ବର୍ଷିବ ! ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ  । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବର୍ଷା ହେବା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ସରୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତିରେ ବଧ୍ୟ ବର୍ଷିବ ବୋଲି କହିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ପ୍ରବଳ ବର୍ଷା ଜାରି ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ କଟକ ଓ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories