www.samajalive.in
Sunday, December 7, 2025
13.1 C
Bhubaneswar

ନାଳରେ ବୁଡ଼ି ଦୁଇ ବର୍ଷ ଶିଶୁର ମୃତ୍ୟୁ

ଫୁଲବାଣୀ : କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମାଝୀପଡା ଗାଁ ନିକଟରେ ଥିବା ସୁରକା ପଟାଙ୍ଗୀ ନାଳରେ ବୁଡ଼ିଯାଇ ଜଣେ ଦୁଇ ବର୍ଷର ଶିଶୁର ମୃତ୍ୟୁ ହୋଇଛି । ମୃତ ଶିଶୁ ଜଣକ ମଝିପଡ଼ା ଗାଁର ବିକାଶ କହଁରଙ୍କ ଏକମାତ୍ର ପୁଅ ବୋଲି ଜଣା ପଡିଛି ।
ସୂଚନା ଅନୁସାରେ  ଶିଶୁ ଜଣକ ତାଙ୍କ ମାଆ ସହିତ ନାଳକୁ ଗାଧୋଇବା ପାଇଁ ଯାଇଥିଲା । ପୁଅକୁ ଛାଡି ମାଆ ଶୌଚ ହେବା ପାଇଁ ଗଲା ବେଳେ ଶିଶୁଟି ନାଳ ପାଣିରେ ବୁଡି ଯାଇଥିଲା ।
ଖବର ପାଇ ସ୍ଥାନୀୟ ଲୋକେ ଶିଶୁକୁ ପାଣିରୁ ଉଦ୍ଧାର କାରି ଫିରିଙ୍ଗିଆ ମେଡିକାଲକୁ ଆଣିଥିଲେ ହେଲେ ମେଡ଼ିକାଲରେ ପହଁଚିଲା ପରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ପରେ ଖବର ପାଇଁ ଫିରିଙ୍ଗିଆ ଥାନ। ଅଧିକାରୀ ପି ଶ୍ୟାମସୁନ୍ଦର ରାଓ ଙ୍କ ନିର୍ଦେଶ କ୍ରମେ ଥାନାରେ କାର୍ୟ୍ୟରତ ଏ ଏସ ଆଇ ପ୍ରମୋଦ କୁମାର ପ୍ରଧାନ ମେଡିକାଲରେ ପହଂଚି ଶବର ପଞ୍ଚନାମା କରି ବ୍ୟବଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛନ୍ତି । ଏ ନେଇ ଫିରିଙ୍ଗିଆ ଥାନାରେ  ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

 

- Advertisement -

 

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories