www.samajalive.in
Monday, December 8, 2025
27.1 C
Bhubaneswar

୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୂବନେଶ୍ବର :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର  ଉତ୍ତରପଶ୍ଚିମ ଓ ଏହାର ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟରେ ବାୟୁମଣ୍ଡଳର ୭.୬ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ଆଗାମୀ ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଆଦି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଘାଟି ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ବ୍ୟକ୍ତ କରାଯାଇଛି।
ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିଭଳି ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories