www.samajalive.in
Wednesday, December 10, 2025
16.1 C
Bhubaneswar

ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି; ରାଜ୍ୟରେ ପୁଣି ବଢ଼ିପାରେ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିପାରେ ବର୍ଷା । ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋସାଗରରେ ଘର୍ଣ୍ଣିବଳୟ ପ୍ରଭାବରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଥିବା ବେଳେ ଆଗକୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଆଶା କରାଯାଉଛି ।

ପୂର୍ବରୁ ଗତ ୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇଥିଲା । ସକ୍ରିୟ ଘୂର୍ଣ୍ଣି ବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଥିଲା ଭୁବନେଶ୍ୱର ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ ରାଜ୍ୟ ସାରା ବର୍ଷା ଜାରି ରହିଛି । ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି ବିଭିନ୍ନ ସହର । ହେଲେ ବର୍ତ୍ତମାନ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦିଆଯାଇଛି । ଏହି ଲଘୁଚାପ କରଣରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories