www.samajalive.in
Friday, December 12, 2025
15.1 C
Bhubaneswar

ବୌଦ୍ଧରେ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ ଗୋଦାମ ଉଦଘାଟିତ

ବୌଦ୍ଧ: ବୌଦ୍ଧରେ ବ୍ୟାପକ ଭାବରେ ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି । ତେବେ ଜବତ ହୋଉଥିବା ନିଶା ପଦାର୍ଥ ରଖିବାକୁ ମାଲଖାନାର ଅଭାବ ରହିଥିଲା । ତେଣୁ ଜିଲାରେ ଅବକାରୀ ବିଭାଗ ପକ୍ଷରୁ ୮୦ ଲକ୍ଷ ଟଙ୍କା ବ୍ୟୟରେ ଏକ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ  ଗୋଦାମ ଗୃହ ନିର୍ମାଣ କରାଯାଇ ସୋମବାର ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି । ରାଜ୍ୟ ପଞ୍ଚାୟତିରାଜ,ଜଙ୍ଗଲ ଓ ପରିବେଶ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ଗୋଦାମ ଘରକୁ ଉଦଘାଟନ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ଭାବରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଜିଲା ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ ମହାନ୍ତି,ଅବକାରୀ ଅଧିକ୍ଷକ କ୍ରିଷ୍ଣା ନାଏକ ଏବଂ  ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories