www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ୧୩,୬୧୫ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟହାର ୯୮.୫୦%

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ଆଜି ଚିହ୍ନଟ ହୋଇଥିବା  ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୧୩ ହଜାର ୬୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୬,୫୨,୯୭୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୪୭୪ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ସେହିପରି ଆଉ ୧୩,୨୬୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୯,୯୬,୪୨୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୫୦%। ଆଉ ୧,୩୧,୦୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%।
ଦିନକରେ ୨,୭୮,୨୬୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୬୮,୮୮,୯୮୦ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ପୂର୍ବରୁ ୧୧,୪୪,୧୭୮ ଟିକା ନେଇଥିବା ବେଳେ ମୋଟ ୧,୯୮,୮୮,୭୭,୫୩୭ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୧,୦୦,୧୭୮ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories