www.samajalive.in
Friday, December 12, 2025
15.1 C
Bhubaneswar

ଦେଶରେ ଆଉ ୧୬,୯୦୬ ପଜିଟିଭ୍‌ ଚିହ୍ନଟ; ୪୫ମୃତ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୬,୯୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୪୫ ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧ଲକ୍ଷ ୩୨ହଜାର ଟପିଲାଣି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧,୩୨,୪୫୭ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସେହିପରି ଦେଶରେ ଗୋଟିଏ ଦିନରେ ଆଉ ୧୫,୪୪୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

- Advertisement -

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୩.୬୮%କୁ ବୃଦ୍ଧି ପାଇଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୫୧୯ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୩୦,୧୧,୮୭୪ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୯.୧୨ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories