www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀଲଙ୍କାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା; ପ୍ରଦର୍ଶନକାରୀଙ୍କୁ ରୋକିବା ପାଇଁ ଫାଙ୍କା ଗୁଳିଚାଳନା

କଲମ୍ବୋ: ଶ୍ରୀଲଙ୍କା ରାଷ୍ଟ୍ରପତି ବୁଧବାର ଦେଶ ଛାଡ଼ି ପଳାଇବା ପରେ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଦାୟିତ୍ବ ତୁଲାଉଥିବା ପ୍ରଧାନମନ୍ତ୍ରୀ ରାନିଲ୍‌ ବିକ୍ରମ‌ସିଂଘେ ଦେଶବ୍ୟାପୀ ଜରୁରୀ ପରିସ୍ଥିତି ଘୋଷଣା କରିଛନ୍ତି। ଅପରପକ୍ଷେ କଲମ୍ବୋରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ଏକତ୍ରିତ ହୋଇଥିବା ହଜାର ହଜାର ପ୍ରଦର୍ଶନକାରୀଙ୍କୁ ରୋକିବା ପାଇଁ ସୁରକ୍ଷା କର୍ମୀମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାସଭବନ ବାହାରେ ଗୁଳି ଫୁଟିବା ଶବ୍ଦ ଶୁଣିବାକୁ ମିଳିଥିଲା। କୁହାଯାଉଛି ଯେ ସୁରକ୍ଷା କର୍ମୀମାନେ ଫାଙ୍କା ଗୁଳିଚାଳନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ବୃଦ୍ଧି ପାଉଥିବା ପ୍ରତିବାଦ ‌ଦମନ କରିବା ପାଇଁ କ‌ଲମ୍ବୋ ସମେତ ପଶ୍ଚିମ ପ୍ରଦେଶରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି। ଦଙ୍ଗା ସୃଷ୍ଟି ହେବା ଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତିମାନଙ୍କୁ ଗିରଫ କରିବା ପାଇଁ ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ନିର୍ଦେଶ ଦେଇଛନ୍ତି।

- Advertisement -

ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଦେଶ ଛାଡ଼ି ପଳାଇବା ପରେ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ବିକ୍ଷୋଭକାରୀମାନେ ସଂସଦ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ବହୁ ସଂଖ୍ୟକ ସେନା କର୍ମଚାରୀ ମୁତୟନ ହୋଇଛନ୍ତି। ଏହି ସମୟରେ ଦେଶରେ ପୁଣି ଥରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି।

ସୂଚନାଯୋଗ୍ୟ, ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀ ମଧ୍ୟ ଇସ୍ତଫା ଦିଅନ୍ତୁ ବୋଲି ଦାବି କରି ପ୍ରତିବାଦକାରୀମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ମଧ୍ୟକୁ ‌ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଉତ୍ତ୍ୟକ୍ତ ଜନତାଙ୍କୁ ଘଉଡ଼ାଇବା ପାଇଁ ସୁରକ୍ଷା ବାହିନୀ ଲୁହବୁହା ବାଷ୍ପ ପ୍ରୟୋଗ କରିବା ସହ ପାଣି ମାଡ଼ କରୁଥିବା ମଧ୍ୟ ସୂଚନା ମିଳିଛି। କିନ୍ତୁ ସର୍ବଦଳୀୟ ସରକାର ଗଠନ ହେବା ପରେ ସେ ଇସ୍ତଫା ପ୍ରଦାନ କରିବେ ବୋଲି ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ଘୋଷଣା କରିସାରିଛନ୍ତି। ଏବେ ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ଉପସ୍ଥିତ ଥିବାରୁ ତାଙ୍କ କଲମ୍ବୋସ୍ଥିତ ଆବାସିକ କାର୍ଯ୍ୟାଳୟ ବାହାରେ ଆକାଶରୁ ପାଟ୍ରୋଲିଙ୍ଗ୍‌ କରାଯାଉଛି।

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories