www.samajalive.in
Monday, December 8, 2025
27.1 C
Bhubaneswar

ସଂସଦର ବର୍ଷାକାଳୀନ ଅଧିବେଶନର ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ

ଡେସ୍କ: କେନ୍ଦ୍ର ସରକାର ପାର୍ଲାମେଣ୍ଟର ବର୍ଷାକାଳୀନ ଅଧିବେଶନର ପୂର୍ବରୁ ଆସନ୍ତା ରବିବାର ଦିନ ସକାଳେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ବୈଠକ ଡକାଇଛନ୍ତି। ଉଭୟ ସଭାର ରାଜନୈତିକ ଦଳଗୁଡ଼ିକର ନେତାମାନଙ୍କୁ ଏହି ବୈଠକକୁ ଆମନ୍ତ୍ରଣ କରାଯାଇଛି।

ବିରୋଧୀ ଦଳମାନେ ଭାରତ-ଚୀନ ସୀମା ସମସ୍ୟା, ସଶସ୍ତ୍ର ବାହିନୀରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଓ ଆହୁରି ଅନେକ ପ୍ରସଙ୍ଗ ଉତ୍ଥାପନ କରିବେ। ପୂର୍ବରୁ ଗତ ୧୦ ତାରିଖରେ ଏନ୍‍ଡିଏ ନେତାମାନେ ଏକ ବୈଠକରେ ବର୍ଷାକାଳୀନ ଅଧିବେଶନ ପାଇଁ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।

- Advertisement -

ଜୁଲାଇ ୧୮ରେ ସଂସଦର ବର୍ଷାକାଳୀନ ଅଧିବେଶନ ଆରମ୍ଭ ହେଉଥିବା ବେଳେ ସେହିଦିନ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବ। ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ ତାରିଖରେ ହେବ। ବର୍ଷାକାଳୀନ ଅଧିବେଶନ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories