ଗୁରୁବାର ରାଶିଫଳ (୧୪/୦୭/୨୦୨୨)

ମେଷ :  କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ବୃଷ : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଆଜି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ : ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହୋଇ ଆଶୁ ବିପଦର ମୁକାବିଲା କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗଁୁ ସତର୍କ ହେବେ।

କର୍କଟ : ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ସିଂହ : ଅନାବଶ୍ୟକ ଖର୍ଚ୍ଚରୁ ନିଜକୁ ସଂଯତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

କନ୍ୟା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

prayash

ତୁଳା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବିଛା : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ବ୍ୟବସାୟରୁ ଲାଭ ମିଳିବ।

ମକର : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ବାଦୁ ଭୋଜନ ମିଳିବ।

କୁମ୍ଭ :  କର୍ମଚଞ୍ଚଳ ରହିବେ। ସ୍ବଭାବ, ସୁଲଭ ଗୁଣରେ ପରକୁ ଆପଣାର କରିବେ। ଅତିଥି ସତ୍କାରରେ ଧନ ବ୍ୟୟ କରିପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଧାର୍ମିକ ପ୍ରବୃତ୍ତିର ହେ​‌େ​‌ବ। ସାହସୀ ଓ ଜ୍ଞାନୀ ହେବେ।

ମୀନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ରାଜଯେଗ ସୁଯୋଗ ଅଛି।

kalyan agarbati

Comments are closed.