www.samajalive.in
Monday, December 8, 2025
27.1 C
Bhubaneswar

୧୪୫ ଦିନ ପରେ ପୁଣି ୨୦ ହଜାର ଅତିକ୍ରମ କଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ପୁଣି ଦେଶରେ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ। ଦୀର୍ଘ ୧୪୫ ଦିନ ପରେ ପୁଣି ସଂକ୍ରମଣ ୨୦ ହଜାର ଅତିକ୍ରମ କରିଛି। ୨୪ ଘଣ୍ଟାରେ ଆଉ ୨୦ ହଜାର ୧୩୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୬,୮୯,୯୮୯କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୫୫୭ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ସେହିପରି ଦିନକରେ ଆଉ ୧୬,୪୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୦,୨୮,୩୫୬ ଆରୋଗ୍ୟ ଲାଭ କରିଛନ୍ତି। ଆରୋଗ୍ୟ ହାର ୯୮.୪୯%। ଆଉ ୧,୩୬,୦୭୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୧%। ଦିନକ ଆଗରୁ ଆଉ ୩,୯୪,୭୭୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ଏଯାଏଁ ୮୬,୮୧,୬୪,୩୪୮ ନମୁନା ପରୀକ୍ଷା କରାଯାଇଛି। ୨୪ ଘଣ୍ଟା ପୂର୍ବରୁ ୧୩,୪୪,୭୧୪ ଟିକା ନେଇଥିବା ବେଳେ ମୋଟ ୧,୯୯,୨୭,୨୭,୫୫୯ ଟିକା ନେଇଛନ୍ତି। ଆଜି ମଧ୍ୟାହ୍ନ ସୁଦ୍ଧା ୨,୬୩,୪୮୩ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories