www.samajalive.in
Sunday, December 14, 2025
23.1 C
Bhubaneswar

ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ବୃକ୍ଷରୋପଣ

ସୁଆଣ୍ଡୋ : ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରୀ  ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବିଭୁତି ବାଟିକାରେ ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ପଞ୍ଚାୟତରେ ଗୋଟିଏ ଗଛ କୋଟିଏ ଜୀବନ କାର୍ୟ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ସତ୍ୟବାଦୀ ବ୍ଲକ ବିଜୁ ଯୁବ ଛାତ୍ର ଜନତାଦଳ ପକ୍ଷରୁ ରବିବାର ଅନୁଷ୍ଠିତ ବୃକ୍ଷରୋପଣ କାର୍ୟ୍ୟକ୍ରମରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କରିଥିଲେ । ଆମ୍ବ ,ପିଜୁଳି, ପଣସ ,ଅଁଳା , ବେଲ ଆଦି ବୃକ୍ଷରୋପଣ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଉପାଧକ୍ଷା ନିବେଦିତା ପାତ୍ର, ବିଜୁଜନତା ଦଳ ବ୍ଲକ ସଭାପତି ପ୍ରମୋଦ କୁମାର ରାଉତରାୟ, ସରପଞ୍ଚ ପ୍ରିୟଙ୍କା ପଣ୍ଡା, ଦୁଶାସନ ପ୍ରଧାନ, ସମିତି ସଭ୍ୟ ସଭ୍ୟା ଓ ବିଜୁଜନତା ଦଳ କର୍ମୀମାନେ ଉପସ୍ଥିତ ରହିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories