www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରେ ଆଉ ୧,୧୨୨ କରୋନା ପଜିଟିଭ୍‌ ଚିହ୍ନଟ; ୧୮ ବର୍ଷରୁ କମ୍‌ ବର୍ଗର ୧୬୪ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପୁଣି ହଜାରେ ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧,୧୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୬୫୮ଜଣ ଆକ୍ରାନ୍ତ ରହିଥିବା ବେଳେ ୪୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛଇ । ଆଜି ସମସ୍ତ ଆକ୍ରାନ୍ତ ରାଜ୍ୟର ୨୯ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ମାତ୍ର ଗୋଟିଏ ଜିଲା ଅର୍ଥାତ୍‌ ମାଲକାନଗିରିରୁ କରୋନା ପଜିଟିଭ୍‌ ରିପୋର୍ଟ ଶୂନ ଆସିଛି । ଆଜିର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଜନ୍ମରୁ ୧୮ବର୍ଷ ମଧ୍ୟରେ ୧୬୪ଜଣ ଆକ୍ରାନ୍ତ ରହିଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୯୭, କଟକରୁ ୧୩୨, ଷ୍ଟେଟପୁଲରୁ ୭୧ ଓ ସମ୍ବଲପୁରରୁ ୬୫ଜଣ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୩, ସୋନପୁରରୁ ୪୨, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୨୫, ପୁରୀରୁ ୨୪, ଜଗତସିଂହପୁରରୁ ୨୦, କଳାହାଣ୍ଡିରୁ ୧୩ ଓ ନୟାଗଡ଼ରରୁ ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା କୁହାଯାଇଛି । ସେହିପରି ନୂଆପଡ଼ାରୁ ୧୩, ଭଦ୍ରକରୁ ୧୨, ବାଲେଶ୍ୱରରୁ ୧୨ ଓ ବଲାଙ୍ଗୀରରୁ ମଧ୍ୟ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ୧୧, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୧୦, ରାୟଗଡ଼ାରୁ ୧୦, ବରଗଡ଼ରୁ ୮, ଦେବଗଡ଼ରୁ ୭, ନବରଙ୍ଗପୁରରୁ ୭, ବୌଦ୍ଧରୁ ୬, କୋରାପୁଟରୁ ୬, କନ୍ଧମାଳରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨ ଓ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭୩୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେପଟେ ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬ହଜାର ୭୦୧ ରହିଛି  ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories