www.samajalive.in
Sunday, December 14, 2025
26.1 C
Bhubaneswar

ଗୋପବନ୍ଧୁ ସାଧାରଣ ଲୋକଙ୍କ ସ୍ୱର ଥିଲେ : ମୁଖ୍ୟମନ୍ତ୍ରୀ

କଟକ : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସାଧାରଣ ଲୋକଙ୍କ ସ୍ୱର ଥିଲେ। ସମାଜସେବା, ଶିକ୍ଷା ଏବଂ ସାହିତ୍ୟ କ୍ଷେତ୍ରରେ ଗୋପବନ୍ଧୁଙ୍କ କାର୍ଯ୍ୟ ଅନୁକରଣୀୟ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ‘ସମାଜ’ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଲୋକସେବକ ମଣ୍ଡଳ ଏବଂ ସମାଜ ଦ୍ୱାରା ଆୟୋଜିତ ‘ଗୋପବନ୍ଧୁ ଜ୍ୟୋତି’ ରାଜ୍ୟ ପରିକ୍ରମା ଯାତ୍ରାକୁ ପତାକା ଦେଖାଇ ଉଦ୍‍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି। ଏହି ଅବସରରେ ଗୋପବନ୍ଧୁଙ୍କ ସ୍ମୃତିରେ ବ୍ରହ୍ମପୁରଠାରେ ପ୍ରସ୍ତାବିତ ଗୋପବନ୍ଧୁ ଭବନ ପାଇଁ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ।
ଏହି ଅବସରରେ ଲୋକସେବକ ମଣ୍ଡଳର ସଭାପତି ତଥା ‘ସମାଜ’ ପରିଚାଳନା ମଣ୍ଡଳୀର ଅଧ୍ୟକ୍ଷ ଦୀପକ ମାଲବ୍ୟ କହିଥିଲେ ଯେ ଗଞ୍ଜାମ ଜିଲା ବ୍ରହ୍ମପୁରଠାରେ ଗୋପବନ୍ଧୁ ଭବନ ନିର୍ମାଣ କାର୍ଯ୍ୟ ଦୀର୍ଘ ଦିନ ହେବ ପଡ଼ି ରହିଥିଲା। ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରି ନିର୍ମାଣ ପଥକୁ ସହଜ କରିଛନ୍ତି। ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗୋପବନ୍ଧୁଙ୍କ ଶିକ୍ଷାର ସ୍ୱପ୍ନକୁ ପୂରା କରିଛନ୍ତି। ଲୋକସେବକ ମଣ୍ଡଳର କୋଷାଧ୍ୟକ୍ଷ ତଥା ‘ସମାଜ’ ପରିଚାଳନା ମଣ୍ଡଳୀର କାର୍ଯ୍ୟନିର୍ବାହୀ ସମ୍ପାଦକ ଭୀମସେନ ଯାଦବ କହିଥିଲେ ଯେ ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଞ୍ଚଳିକ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ଦିଗରେ ଉଲ୍ଲେଖନୀୟ ପଦକ୍ଷେପ ନେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ଦୈନିକ ‘ସମାଜ’ର ପ୍ରକାଶକ ଓ ମୁଦ୍ରାକାର ନିରଞ୍ଜନ ରଥ, ଲୋକସେବକ ମଣ୍ଡଳର ଆଜୀବନ କର୍ମୀ ଡ. ପ୍ରଭାସ ଆଚାର୍ଯ୍ୟ, ରାଜେନ୍ଦ୍ର ଜେନା, ‘ସମାଜ’ର ସମ୍ପାଦକ ବାମାପଦ ତ୍ରିପାଠୀ, ମୁଖ୍ୟ ପରିଚାଳକ (କାର୍ଯ୍ୟକାରୀ) ପ୍ରିୟବ୍ରତ ମହାନ୍ତି, ବାର୍ତ୍ତା ସମ୍ପାଦକ ସୁଶାନ୍ତ ମହାନ୍ତି, ‘ସମାଜ’ ପୋର୍ଟାଲର ମୁଖ୍ୟ ମହେଶ ଶର୍ମା, ଓଡ଼ିଶା ବ୍ୟୁରୋ ସମରେନ୍ଦୁ ଦାସ ପ୍ରମୁଖ ଅତିଥିଙ୍କୁ ସ୍ୱାଗତ କରିଥିଲେ। ‘ସମାଜ’ ପରିବାର ସଦସ୍ୟମାନେ କାର୍ଯ୍ୟକ୍ରମର ପରିଚାଳନାରେ ସହଯୋଗ କରିଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories