ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଭାରତର ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ବିଜୟୀ ହୋଇଥିବାରୁ ଏହା ଓଡ଼ିଶା ପାଇଁ ଗୌରବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ପ୍ରକାଶ କରିଛନ୍ତି। ପ୍ରଥମ ନାଗରିକ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ। ତାଙ୍କ ଯାତ୍ରା ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏକ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଟୁଇଟ କରି କହିଛନ୍ତି।



