www.samajalive.in
Tuesday, December 9, 2025
23.1 C
Bhubaneswar

ଆସନ୍ତାକାଲିଠାରୁ ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର : ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପଟେ ଶୁକ୍ରବାର ଓଡ଼ିଶା ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

ପାଣିପାଗ ବିଭାଗର ସୂଚନାନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବେଗୁନିଆରେ ସର୍ବାଧିକ ବର୍ଷା ୫୦ ମିମି, କୋରାପୁଟର ଶିମିଳିଗୁଡାରେ ୪୧ ମିମି ଏବଂ ନିଶ୍ଚିନ୍ତକୋଇଲିରେ ୩୭ମିମି ବର୍ଷା ହୋଇଛି। ଗୁରୁବାର ସକାଳ ସାଢେ ୮ଟାରୁ ଅପରାହ୍ଣ ସାଢେ ୫ଟା ମଧ୍ୟରେ ଢେଙ୍କାନାଳରେ ସବୁଠୁ ଅଧିକ ୨୮.୬ମିମି ବର୍ଷା ରେକର୍ଡ ହୋଇଛି। ଏଥିସହିତ ତାଳଚେର, ଭବାନୀପାଟଣା, କୋରାପୁଟ, ମାଲକାନଗିରି, ଦାରିଙ୍ଗବାଡି, ପାରଳାଖେମୁଣ୍ଡି, ବରଗଡ, ନବରଙ୍ଗପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା ଏବଂ ଅନୁଗୋଳ‌ର ସ୍ଥାନେ ସ୍ଥାନେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଏବଂ ବଲାଙ୍ଗିରର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉକ୍ତ ଜିଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କୋରାପୁଟ, ନବରଙ୍ଗପୁର, ରାୟଗଡା, ନୂଆପଡା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ, ଅନୁଗୋଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଜଗତସିଂହପୁର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅତି ପ୍ରବଳ ବର୍ଷା ଦ୍ବାରା ପାହାଡରୁ ମାଟି ଅତଡା ଧସିବା, ସହରାଞ୍ଚଳ ଓ ଗ୍ରାମାଞ୍ଚଳ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ଉପୁଜିବା, କଚ୍ଚା ରାସ୍ତା ଧୋଇଯିବା, ମାଟିଘର କାନ୍ଥ ଭାଙ୍ଗିବା, ଡ୍ରେନରେ ବର୍ଷା ଜଳ ନିଷ୍କାସନରେ ସମସ୍ୟା, ଟ୍ରାଫିକ ଭିଡର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ କରାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସଆରସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।
ଶ୍ରୀ ପଶୁପାଳକ କହିଛନ୍ତି, ୨୫ରେ କଳାହାଣ୍ଡି, ବଲାଙ୍ଗିର, ଫୁଲବାଣୀ ଓ ଗଞ୍ଜାମର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ୨୬ରୁ ମୌସୁମୀ ଦୁର୍ବଳ ହେବା ଦ୍ବାରା ପାଗ ଶୁଖିଲା ରହିବ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories