www.samajalive.in
Sunday, December 7, 2025
26.1 C
Bhubaneswar

ମମତାଙ୍କ ମନ୍ତ୍ରୀ ଗିରଫ; ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ବାନ୍ଧିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା ଲାଗିଛି । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ମମତାଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଶିକ୍ଷକ ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗରେ ପାର୍ଥଙ୍କୁ ଇଡି ଗିରଫ କରିଥିବା ଜଣାପଡ଼ିଛି । ତେବେ ପାର୍ଥ ଚାଟାର୍ଜୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତ୍ରୀମଣ୍ଡଳର ପୂର୍ବତନ ଅର୍ଥ ମନ୍ତ୍ରୀ ଭାବେ ଦାୟିତ୍ୱରେ ଥିଲେ ।

ସେହି ସମୟରେ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ହୋଇଥିଲା । ଏହା ଜଣାପଡ଼ିବା ପରେ ଇଡି ଏହାର ତଦନ୍ତ କରିଥିଲା । ପ୍ରଥମେ ପାର୍ଥଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଚରାଉଚରା କରିବା ସହ ଆଜି ଗିରଫ କରିଥିବା ଜଣାପଡ଼ିଛି । ଗୋଟିଏ ଦିନ ପୂର୍ବରୁ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରେ ଚଢ଼ାଉ କରିଥିଲା ଇଡି । ଚଢ଼ାଉ ସମୟରେ ଅର୍ପିତାଙ୍କ ଘରୁ ପ୍ରାୟ ୨୦ କୋଟି ଟଙ୍କା ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସୂଚନା ଦେଇଥିଲା ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories