www.samajalive.in
Tuesday, December 9, 2025
16.1 C
Bhubaneswar

ବିଷ ଧର ସାପ କାମୁଡ଼ାରେ ବାଳିକା ମୃତ

ଫୁଲବାଣୀ: କନ୍ଧମାଳ ଜିଲା ଚକାପାଦ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣ ପାଦ ପଞ୍ଚାୟତ ସୁବଳୟା ଗାଁରେ ଶୁକ୍ରବାର ରାତିରେ ଶୋଇଥିବା ବେଳେ ଶର୍ମିଷ୍ଠା ପ୍ରଧାନ(୭)କୁ ଏକ ବିଷଧର କାମୁଡି ଦେଇଥିଲା। ତୁରନ୍ତ ଶର୍ମିଷ୍ଠାକୁ ଚିକିତ୍ସା ପାଇଁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ଶର୍ମିଷ୍ଠାଙ୍କ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି।
ଶର୍ମିଷ୍ଠା ଘରେ ଶୋଇଥିବା ବେଳେ କୌଣସି ଏକ ବିଷଧର ସାପ କାମୁଡି ଦେଇଥିଲା। ପ୍ରଥମେ ଝିଅଟିକୁ ବ୍ରାହ୍ମଣପାଦ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଆଜି ସକାଳ୫ଟା ସମୟରେ ଶର୍ମିଷ୍ଠାଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଫୁଲବାଣୀ ଟାଉନ ଥାନା ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ଥିଲେ। ଏହାସହ ଅପମୃତ୍ୟୁ ମାମଲା ରୁଜୁ କରି ଫୁଲବାଣୀ ପୁଲିସ ଘଟଣାର ତଦନ୍ତ କରୁଛି। ବ୍ୟବଚ୍ଛେଦ ପରେ ମୃତକଙ୍କ ପରିବାରକୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories