www.samajalive.in
Monday, December 15, 2025
15.1 C
Bhubaneswar

୨୦୨୩ ପୁରୁଷ ବିଶ୍ୱକପ ହକି ପାଇଁ ଚାଲିଛି ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ସମୀକ୍ଷା କଲେ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବସେବା ତଥା ଗୃହ ବିଭାଗର ରାଷ୍ଟମନ୍ତ୍ରୀ ତୁଷାରକାନ୍ତି ବେହେରା ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହି ଗସ୍ତ ବେଳେ ମନ୍ତ୍ରୀଙ୍କ ସହ କ୍ରୀଡ଼ା ଓ ଯୁବ ସେବା ସଚିବ ଆର୍‍ ଭିନିଲ କ୍ରିଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ମଧ୍ୟ ସାମିଲ ହୋଇଥିଲେ। ଏହି ଉଚ୍ଚସ୍ତରୀୟ ଟିମ୍‌ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ପରେ ପରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ବୁଲି ଦେଖିଥିଲେ। ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ପରେ ମନ୍ତ୍ରୀ ଗଣମାଧ୍ୟମକୁ କହିଥିଲେ ଯେ ୨୦୨୩ ପୁରୁଷ ବିଶ୍ୱକପ ହକି ପାଇଁ ଷ୍ଟାଡିୟମର ବିଭିନ୍ନ ନିର୍ମାଣ କାର୍ୟ୍ୟ ଚାଲିଛି। ଏଠାରେ ହେଉଥିବା ଅଭ୍ୟାସ ପଡ଼ିଆର ନିର୍ମାଣ କାମ ଇତିମଧ୍ୟରେ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଏହାର ଉଦଘାଟନ କରିବେ। ସେହିପରି ଅଗଷ୍ଟ ଶେଷ ସୁଦ୍ଧା ମୁଖ୍ୟ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

- Advertisement -

ଏହି ଅବସରରେ ମନ୍ତ୍ରୀ ଓ ସଚିବସ୍ତରୀୟ ଟିମ୍ ମୁଖ୍ୟ ଷ୍ଟାଡିୟମ ସହିତ ପ୍ରବେଶ ପଥ, ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରୀ, ଖେଳାଳି ଓ ଅଫିସିଆଲଙ୍କ ପାଇଁ ନିର୍ମାଣ କରାଯାଉଥିବା ରହଣୀସ୍ଥଳ, ଚେଞ୍ଜିଙ୍ଗ ରୁମ, ଅତ୍ୟାଧୁନିକ ଜିମ୍‌, ଶୌଚାଳୟ ଆଦି ବୁଲି ଦେଖିଥିଲେ।
ଏହାବ୍ୟତୀତ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏସବୁ କାର୍ୟ୍ୟ ସଠିକ ସମୟରେ ଶେଷ କରିବା ଲାଗି ସୁନ୍ଦରଗଡ଼ ଜିଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିର ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସେ କହିଛନ୍ତି ଯେ ସୁନ୍ଦରଗଡ଼ ହେଉଛି ହକିର ଅନ୍ତୁଡ଼ିଶାଳ। ତେଣୁ ସୁନ୍ଦରଗଡ଼ ଜିଲାର ଗାଁ ଗହଳିରୁ ଯେଉଁ ପିଲାମାନେ ହକି ପ୍ରତି ଆଗ୍ରହୀ ହୋଇ ଆସୁଛନ୍ତି ମୂଳରୁ ସେମାନଙ୍କ ଅଭ୍ୟାସ ପାଇଁ ବ୍ଲକ ସ୍ତରରେ ତିଆରି ହେଉଥିବା ଅନ୍ତର୍ଜାତୀୟ ମାନର ଟର୍ଫ ବିଶେଷ ସହାୟକ ହେବ। ସେମାନେ ସବୁ ଦୃଷ୍ଟିରୁ ପ୍ରସ୍ତୁତ ହୋଇ ଆଗାମୀ ଦିନରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ଏବଂ ଭାରତ ପାଇଁ ଗୌରବ ଆଣିପାରିବେ।କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ମନ୍ତ୍ରୀ ଏବଂ ସଚିବ ରାଉରକେଲା ବିମାନବନ୍ଦରଠାରେ ଏକ ବୈଠକ କରିଥିଲେ। ରାଉରକେଲା ସହରରେ ବିଶ୍ୱକପ ହକି ପାଇଁ ଚାଲିଥିବା ବିଭିନ୍ନ କାର୍ୟ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଗସ୍ତ ବେଳେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପର ଆୟୋଜନ ହେବାକୁ ଯାଉଛି। ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ବିଭିନ୍ନ ମ୍ୟାଚ ଖେଳାଯିବ। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୧ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିବା ପାଇଁ ସୁବିଧା କରାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories