www.samajalive.in
Sunday, December 14, 2025
19.1 C
Bhubaneswar

୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ଖୋର୍ଦ୍ଧା ଜିଲାର ଟାଙ୍ଗିରେ ସର୍ବାଧିକ ୧୧୫ ମିମି ଓ ସମ୍ବଲପୁର ଜିଲାର ଯୁଯୁମରାରେ ୧୧୦ ମିମି ବର୍ଷା ରେକର୍ଡ ହୋଇଛି। ରବିବାର ଯାଜପୁରରେ ୪୧ ମିମି ଏବଂ ମାଲକାନଗିରିରେ ୧୮ମିମି ହୋଇଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରାୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ସୋହେଲାରେ ୯୮ ମିମି, ରାଜଘାଟ ୭୫.୮ ମିମି, ବରଗଡ ୬୬.୮ ମିମି, ବରପାଲି ୬୫ ମିମି, ବିଜେପୁର ୬୩ ମିମି, ଜୟପୁର ୫୯.୪ ମିମି, ଆର.ଗୁଡା ୫୭.୨ ମିମି, ଡୁଙ୍ଗୁରିପାଲି ୫୪ ମିମି ବର୍ଷା ହୋଇଛି। ଆଜି ବାଲେଶ୍ବର, କଟକ, ଭୁବନେଶ୍ବର, ପାରାଦ୍ବୀପ, ଚାନ୍ଦବାଲି, କୋରାପୁଟ, ଫୁଲବାଣୀ, ଟିଟିଲାଗଡ, ଦାରିଙ୍ଗବାଡି ଏବଂ ନୟାଗଡ ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଆଗାମୀ ୨୪ ଘଣ୍ଟାରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ପରି ୧୦ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories