www.samajalive.in
Wednesday, December 10, 2025
17.1 C
Bhubaneswar

୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । କାର୍ଯ୍ୟସୂଚନୀ ଅନୁଯାୟୀ ନିର୍ଦ୍ଧାରିତ ସମୟ ପୂର୍ବାହ୍ଣ ପ୍ରାୟ ୧୦ଟା ୧୪ ମିନିଟ୍‌ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ସଂସଦର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ, ସମସ୍ତ ସାଂସଦ, ସମସ୍ତ ରାଜ୍ୟର ରାଜ୍ୟପାଳ,  ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗ ଦେଇଛନ୍ତି ।

ଏଥିପାଇଁ ରାଜଧାନୀ ଦିଲ୍ଲୀ ଏବେ ଚଳଚଞ୍ଚଳ ରହିବା ସହିତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶପଥ ଗ୍ରହଣ ଉତ୍ସବ ଶେଷ​‌ରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ । ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ତିନି ସେନା ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ଗୁରୁବାର ଶ୍ରୀମତୀ ମୁର୍ମୁ ତାଙ୍କ ପ୍ରତିଦ୍ବନ୍ଦ୍ବୀ ଯଶୋବନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories