www.samajalive.in
Sunday, December 14, 2025
23.1 C
Bhubaneswar

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି । ପ୍ରଶାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ସର୍ତ୍ତ ଅନୁଯାୟୀ ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ପ୍ରଶାନ୍ତ ଯାଇପାରିବେ ନାହିଁ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ ତେବେ ଜିଲ୍ଲାପାଳଙ୍କ ଅନୁମତି ନେଇ ଯାଇପାରିବେ । ନିର୍ବାଚନ ମଣ୍ଡଳୀକୁ ଯିବାକୁ ହେଲେ ଜିଲ୍ଲାପାଳଙ୍କ ଅନୁମତି ଜରୁରୀ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ଏଥି ସହିତ ୫ଜଣରୁ ଅଧିକ ଲୋକଙ୍କୁ ନେଇ କୌଣସି ସଭାସମିତି କରିପାରିବେ ନାହିଁ ଚିଲିକା ବିଧାୟକ । ଏନେଇ ଆଇନଜୀବୀ ମାନସ ଚାନ୍ଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନା ଥାଉକି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଣପୁର ବ୍ଲକ ନିକଟରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବାକୁ ନେଇ ଗିରଫ ହୋଇ ଜେଲ ଯାଇଥିଲେ । ଗାଡ଼ି ଧକ୍କାରେ ମୋଟ୍‍ ୨୭ ଜଣ ଲୋକ ଆହତ ହୋଇଥିଲେ।

- Advertisement -

ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସବୁଠାରୁ ବଡ଼ କଥା ହେଉଛି ଆହତଙ୍କ ମଧ୍ୟରେ ଜଣେ ଆଇଆଇସିଙ୍କ ସହ ୭ଜଣ ପୁଲିସ କର୍ମଚାରୀ ରହିଥିଲେ । ବିଧାୟକଙ୍କ ଗାଡ଼ି ଆଗରୁ ସାମ୍ବାଦିକ ବି ବର୍ତ୍ତି ନ ଥିଲେ । ୨ଜଣ ସାମ୍ବାଦିକ ମଧ୍ୟ ଏହି ଘଟଣାରେ ଆହତ ହୋଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories