www.samajalive.in
Sunday, December 14, 2025
26.1 C
Bhubaneswar

ଇଡିରେ ହାଜର ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଇଡିରେ ହାଜର ହେଲେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ । ନ୍ୟାଶନାଲ ହେରାଲ୍ଡ ମାମଲାରେ ଦ୍ୱିତୀୟଥର ଲାଗି ସୋନିଆ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ଆଜି ତାଙ୍କୁ ପୁଣି ଥରେ ନ୍ୟାଶନାଲ ହେରାଲ୍ଡ ମାମଲାରେ ଇଡି ପଚାରାଉଚରା କରୁଛି । ସେପଟେ ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । ଏହାକୁ ବିରୋଧ କରି ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ ।

ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ତାହା ସହ ବିଭିନ୍ନ ରାଜ୍ୟରେ ମଧ୍ୟ ପ୍ରତିବାଦ କରୁଛି କଂଗ୍ରେସ । ହେଲେ ଦିଲ୍ଲୀ ପୁଲିସ ପକ୍ଷରୁ କଂଗ୍ରେସକୁ ରାଜଘାଟ ନିକଟରେ ସତ୍ୟାଗ୍ରହ କରିବାକୁ ଅନୁମତି ଦିଆଯାଇନାହିଁ । ପୂର୍ବରୁ ମଧ୍ୟ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ ସୋନିଆ । ଜୁଲାଇ ୨୧ ତାରିଖରେ ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ଜେରା କରାଯାଇଥିଲା । ପ୍ରୟ ୨ ଘଣ୍ଟା ଧରି ଇଡିର ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ ସୋନିଆ ଗାନ୍ଧୀ ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories