www.samajalive.in
Thursday, December 11, 2025
14.1 C
Bhubaneswar

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ, ଘୋଷଣା କରିବେ ଦକ୍ଷତା ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆସନ୍ତାକାଲି ପ୍ରକାଶ ପାଇବ। ପୂର୍ବାହ୍ନ ୧୧.୩୦ରେ ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଆସନ୍ତାକାଲି ପୂର୍ବାହ୍ନ ୧୧.୩୦ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଓଜେଇଇ ପରୀକ୍ଷାଫଳ ଘୋଷଣା କରିବେ ବୋଲି ଜଣାପଡ଼ିଛି। ଓଜେଇଇ ପରୀକ୍ଷାଫଳ ​‌େ​‌ଘାଷଣା ହେବା ପରେ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ମଧ୍ୟ ଡାଉନଲୋଡ କରିପାରିବେ।

ରାଜ୍ୟ ବୈଷୟିକ ଶିକ୍ଷା ଓ ଧନ୍ଦାମୂଳକ ଶିକ୍ଷା ପ୍ରଶିକ୍ଷଣ ପରିଷଦ (SCTE & VT)କାର୍ଯ୍ୟାଳୟର ଅଡିଟୋରିୟମରେ ଆୟୋଜିତ ହେବାକୁ ଥିବା ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଓଜେଇଇ ପରୀକ୍ଷାଫଳ ଘୋଷଣା କରିବେ। ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ www.ojee.nic.in.ରେ ସେମାନଙ୍କ ଓଜେଇଇ ପରୀକ୍ଷାଫଳ ଦେଖିପାରିବେ।
ସୂଚନାଯୋଗ୍ୟ, ୫୭,୯୧୮ ଜଣ ଛାତ୍ରଛାତ୍ରୀ ଏଥର ଓଜେଇଇ ଦେଇଥିଲେ, ଯାହା ଜୁଲାଇ ୪ ତାରିଖରୁ ଆରମ୍ଭ ହୋଇଥିଲା। ଏହି ପରୀକ୍ଷା ଜୁଲାଇ ୮ ତାରିଖ ପର୍ୟ୍ୟନ୍ତ ଚାଲିଥିଲା। ରାଜ୍ୟର ୩୦ଟି ଜିଲ୍ଲା ୬୧ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ଏହାବାଦ୍‌ କୋଲକାତା, ରାଞ୍ଚି ଓ ପାଟଣାରେ ଗୋଟିଏ ଲେଖାଏଁ ପରୀକ୍ଷା କେନ୍ଦ୍ର କରାଯାଇଥିଲା।

Hot this week

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

Related Articles

Popular Categories