www.samajalive.in
Saturday, December 13, 2025
26.1 C
Bhubaneswar

ଜାଣି ରଖନ୍ତୁ ସରଳ କଥା : ମିଳିବ ସଫଳତା

ହିନ୍ଦୁ ଧର୍ମରେ ଯେକୌଣସି କାର୍ୟ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଏ। ଏହି ପରମ୍ପରା ବହୁ ପୁରାତନ କାଳରୁ ଆରମ୍ଭ ହୋଇଛି। ଜାଣନ୍ତୁ ….
ରବିବାର – ରବିବାର ଦିନ ସୂର୍ୟ୍ୟଙ୍କର ଅଧିକ ପ୍ରଭାବ ଥାଏ। ଏହି ବାରରେ କୌଣସି ରୋଗ ପାଇଁ ନୂତନ ଔଷଧ ଆରମ୍ଭ କରିବା ଦ୍ୱାରା ଉତ୍ତମ ଫଳ ମିଳିଥାଏ। ନୂତନ ଯାନ ମଧ୍ୟ ଏହି ଦିନ କିଣିପାରିବେ। ଏହି ଦିନ ସୁନା, ତମ୍ବା କିଣିପାରିବେ ଓ ଧାରଣ ମଧ୍ୟ କରିପାରିବେ। ବିଦ୍ୟୁତ ଉପକରଣ ମଧ୍ୟ କିଣିପାରିବେ।
ସୋମବାର – ସୋମବାର ଦିନ କୃଷି ସମ୍ବନ୍ଧୀୟ ନୂଆ କାର୍ୟ୍ୟ ଆରମ୍ଭ କରିବା ଉଚିତ। ବସ୍ତ୍ର-ଆଭୂଷଣ ମଧ୍ୟ କିଣିପାରିବେ।
ମଙ୍ଗଳବାର – ମଙ୍ଗଳବାର ଦିନ ଋଣ ଆଣନ୍ତୁ ନାହିଁ। କାରଣ ଏହା ସୁଝିବା ପାଇଁ କଷ୍ଟ ହୋଇଥାଏ।
ବୁଧବାର – ବୁଧବାର ଦିନ ବିଦ୍ୟା, ଅଧ୍ୟୟନ, ପାଠ୍ୟ ଉପକ୍ରମ କିଣନ୍ତୁ। ଏହି ଦିନ ଧନ ସଞ୍ଚୟ କରିଲେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇଥାଏ।
ଗୁରୁବାର – ଗୁରୁବାର ଖୁବ ଶୁଭବାର ଅଟେ। ଏହି ଦିନରେ ଧର୍ମ ସମ୍ବନ୍ଧୀୟ କାର୍ୟ୍ୟ, ଆଇନ କାର୍ୟ୍ୟ, ମଙ୍ଗଳ କାର୍ୟ୍ୟ କରିବା ଶୁଭଦାୟକ।
ଶୁକ୍ରବାର – ଶୁକ୍ରବାର ଦିନ ମିତ୍ରତା, କୃଷି ଆଦି କରିବା ଶୁଭ ହୋଇଥାଏ।
ଶନିବାର – ଶନିବାର ଦିନ ଗୃହପ୍ରବେଶ, ଗୃହ ନିର୍ମାଣ କାର୍ୟ୍ୟ ଆରମ୍ଭ କରିବା ଉଚିତ ନୁହେଁ। ଏହି ଦିନ ତେଲ, କାଠ, କୋଇଲା, ଲୁଣ, ଲୁହାରେ ନିର୍ମିତ ବସ୍ତୁ କିଣନ୍ତୁ ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories