www.samajalive.in
Sunday, December 14, 2025
23.1 C
Bhubaneswar

ଖୋର୍ଦ୍ଧାରେ ‘ଉଜ୍ଜ୍ବଳ ଭାରତ-ଉଜ୍ଜ୍ବଳ ଭବିଷ୍ୟ ଶକ୍ତି-୨୦୪୭’ ସମାରୋହ

ଭୁବନେଶ୍ବର : ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି । ଏହାର ଅଂଶବିଶେଷ ସ୍ବରୂପ ଭାରତ ସରକାର ଶକ୍ତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ‘ଉଜ୍ଜ୍ବଳ ଭାରତ-ଉଜ୍ଜ୍ବଳ ଭବିଷ୍ୟ ଶକ୍ତି @୨୦୪୭’ ସମାରୋହ ଆୟୋଜିତ ହେଉଛି।

ବୁଧବାର ଦିନ ଖୋର୍ଦ୍ଧା ଟାଉନ ହଲ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ, ଖୋର୍ଦ୍ଧା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦୀଗନ୍ତ ରାଉତରାୟ, ଖୋର୍ଦ୍ଧା ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ କନକଲତା ମହାନ୍ତି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂହ, ଖୋର୍ଦ୍ଧା ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମୟୀ ପ୍ରିୟଦର୍ଶିନୀ ପାତ୍ର, ଜଟଣୀ ପୌରପାଳିକା ଅଧ୍ୟକ୍ଷ ଅନନ୍ତ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଶକ୍ତି କ୍ଷେତ୍ରରେ ଦେଶର ଗୁରୁତ୍ବପୂର୍ଣ୍ଣ ଉପଲବ୍ଧିକୁ ଲୋକଲୋଚନକୁ ଆଣିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। କାର୍ଯ୍ୟକ୍ରମ ଅବସରରେ ଶକ୍ତିର ଆବଶ୍ୟକତା ସମ୍ପର୍କରେ ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା। ସ୍ବାଧୀନତା ପରେ ବିଦ୍ୟୁତ ଶକ୍ତି କ୍ଷେତ୍ରରେ ହୋଇଥିବା ପ୍ରଗତି ବିଷୟରେ ସୂଚନା ଦିଆଯାଇଥିଲା । ଏହି ଅବସରରେ ବିଦ୍ୟୁତ ଶକ୍ତି ସଂରକ୍ଷଣ, ଉପଭୋକ୍ତା ଅଧିକାର, ପ୍ରତ୍ୟେକ ଘରକୁ ବିଦ୍ୟୁତ ସଂଯୋଗ, ଭବିଷ୍ୟତ ପାଇଁ ଶକ୍ତି ସଂରକ୍ଷଣ ଏବଂ ଅକ୍ଷୟ ଶକ୍ତି ଉତ୍ସ ସମ୍ପର୍କରେ ଉପଭୋକ୍ତାମାନଙ୍କୁ ସଚେତନ କରାଯାଇଥିଲା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories