www.samajalive.in
Monday, December 15, 2025
16.1 C
Bhubaneswar

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା, କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‍ ଟପର

ଫୁଲବାଣୀ: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। କିସରେ ଉଭୟ ବିଜ୍ଞାନ ଓ ବାଣିଜ୍ୟରେ ପାସ୍‍ ହାର ଶତ ପ୍ରତିଶତ ରହିଛି। ବାଣିଜ୍ୟରେ ୬୦% ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ୫୫ ପ୍ରତିଶତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କନ୍ଧମାଳର ଝିଅ ମୀନାକ୍ଷୀ ମଲ୍ଲିକ ବିଜ୍ଞାନରେ ସର୍ବାଧିକ ୮୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ର ହୋଇଛନ୍ତି। ସେହିପରି ବାଣିଜ୍ୟରେ ପୀତବାସ ଟିଆକା ୮୦ ପ୍ରତିଶତ ନମ୍ବର ରଖିଛନ୍ତି। ଚଳିତ ବର୍ଷ କିସରେ ବିଜ୍ଞାନରେ ୩୧ ଆଦିମ ଜନଜାତି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୧୮ ଜଣ ପ୍ରଥମ ଶ୍ରେଣୀରେ ପାସ୍‍ କରିଛନ୍ତି। ସେହିପରି ବାଣିଜ୍ୟରେ ୧୮ ଆଦିମ ଜନଜାତି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୧ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories