www.samajalive.in
Monday, December 15, 2025
27.1 C
Bhubaneswar

ରାଜ୍ୟରେ ମୌସୁମୀ ଦୁର୍ବଳ, ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଡେସ୍କ: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଗତ ୨୪ ଘଂଟା ମଧ୍ୟରେ ୧.୧ ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବର୍ଷା ୧୪ ମିମି ତୁଳନାରେ ୯୨% କମ୍‍ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼଼, ଝାରସୁଗୁଡ଼ା, ବରଗଡ଼଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories