www.samajalive.in
Saturday, December 13, 2025
18.1 C
Bhubaneswar

୧୨ଘଣ୍ଟିଆ ବରଗଡ଼ ବନ୍ଦ

ବରଗଡ଼: ବରଗଡ଼ ସଚେତନ ନାଗରିକ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବରଗଡ଼ ବିକାଶ ଫାଷ୍ଟ ଷ୍ଟେପରେ ପଢୁଥିବା ଛାତ୍ର ଆଦିତ୍ୟରାଜର ମୃତ୍ୟୁକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି । ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ସ୍କୁଲ କର୍ତ୍ତୃପକ୍ଷ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ, ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବା ଏବଂ ଆଦିତ୍ୟରାଜ ମୃତ୍ୟୁ ଘଟଣାକୁ ନେଇ ବିକାଶ ସ୍କୁଲ ଆଗରେ ଗତ ୨୨ତାରିଖ ଦିନ ଅଭିଭାବକ ମାନେ ପ୍ରତିବାଦ ପ୍ରଦର୍ଶନ କରୁଥିବା ବେଳେ ସାମ୍ବାଦିକ ବୀରେନ୍ଦ୍ର ପ୍ରଧାନଙ୍କ ସମେତ ୯ଜଣଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରିଥିବା ବରଗଡ଼ ପୁଲିସ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦର ପ୍ରଭାବରେ ବରଗଡ଼ ସହରର ଦୋକାନ ବଜାର, ସରକାରୀ ବେସରକାରୀ ଅଫିସ, ସ୍କୁଲ, କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଆନ୍ଦୋଳନ କାରୀ ବରଗଡ଼ ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଥିବାରୁ ଯାନବାହନ ଚଳାଚଳ ବନ୍ଦ ରହିଛି । ବରଗଡ଼ ସଚେତନ ନାଗରିକ କମିଟିର ଏହି ବନ୍ଦ ଡାକରାକୁ ସମସ୍ତ ରାଜନୈତିକ ଦଳ, ବରଗଡ଼ ସାମ୍ବାଦିକ ସଂଘ, ବରଗଡ଼ ଜିଲ୍ଲା ଓକିଲ ସଂଘ, ଅଭିଭାବକ ସଂଘ ସମେତ ବିଭିନ୍ନ ସଂଗଠନ ସମର୍ଥନ କରୁଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories