www.samajalive.in
Sunday, December 7, 2025
18.1 C
Bhubaneswar

ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଆସୁଥିବା ଅଟୋ ଦୁର୍ଘଟଣାଗ୍ରସ୍ତ

ପାତ୍ରପୁର :  ଆଦର୍ଶବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ସହିତ ବାଇକ ଧକ୍କା ହୋଇ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଦଶରୁ ଉର୍ଦ୍ଧ୍ବ ପିଲା ଆହତ ହୋଇଛନ୍ତି। ପାତ୍ରପୁର କେଲୁଆ ରାସ୍ତାର ଘଡ଼େଇ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ତଣ୍ଡିପୁର  ନୂଆଁପେଣ୍ଠ  ଅଞ୍ଚଳରୁ ପିଲାଙ୍କୁ ନେଇ ଏକ ଅଟୋ ବିଦ୍ୟାଳୟକୁ ଯିବା ବେଳେ ବିପରୀତ ଦିଗରୁ ଆସୁଥିବା  ବାଇକ୍‌ ସହ ମୁହାଁମୁହିଁ ହୋଇ ଦୁର୍ଘଟଣା  ଘଟିଥିଲା। ଫଳରେ ଅଟୋରେ ବସିଥିବା ବାଦପୁର ଆଦର୍ଶ ବିଦ୍ୟାଳୟର ୧୦ଜଣ ଛାତ୍ରଛାତ୍ରୀଙ୍କ ସହିତ ବାଇକ୍ ଚାଳକ ଆହାତ ହୋଇଛନ୍ତି ।
ଜରଡା ଥାନା ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏକ ଅଟୋ ଯୋଗେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ବାଦପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ତାକୁ ମୁହାଁମୁହିଁ ଧକ୍କା ଦେବା ଫଳରେ  ଅଟୋରେ ବସିଥିବା  ଛାତ୍ରଛାତ୍ରୀଙ୍କ ସହ ବାଇକ୍ ଚାଳକ ଟୁନା କାର୍ଯି ମଧ୍ୟ ଆହତ ହୋଇଛନ୍ତି ।
ସ୍ଥାନୀୟ ଲୋକଙ୍କ ସହାୟତ।ରେ ସମସ୍ତ ଆହତ ମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣା ଖବର ଶୁଣି ବିଦ୍ୟାଳୟ କତ୍ତୃପକ୍ଷଙ୍କ ସହିତ ଆହତ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପହଞ୍ଚିଥିଲେ । ଖବର ପାଇ ପାତ୍ରପୁର ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ  ତହସିଲଦାର  ବ୍ଲକ ଶିକ୍ଷାଧିକାରୀ  ପ୍ରମୁଖ ମେଡିକାଲରେ ପହଞ୍ଚି ଆହତ ମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ସମସ୍ତ ଆହତ ମାନଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ତାଙ୍କୁ  ବ୍ରହ୍ମପୁର ବଡମେଡିକାଲ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣାରେ ବାଇକ ଏବଂ ଅଟୋ ଚାଳକ ମଧ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ଜରଡା ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଅଟୋ ଓ ବାଇକ୍ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିବା ଜରଡା ଥାନା ଅଧିକାରୀ ସୂଚନା ଦେଇଛନ୍ତି । ଦୁର୍ଘଟଣା ପରେ ପାତ୍ରପୁର ମେଡିକାଲରେ ଆହତ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କ ସହିତ ସ୍ଥାନୀୟ ଲୋକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା ।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories