www.samajalive.in
Tuesday, December 9, 2025
15.1 C
Bhubaneswar

ଜୟ ନାରାୟଣ ମିଶ୍ର ହେଲେ ନୂଆ ବିରୋଧୀ ଦଳ ନେତା

ଭୁବନେଶ୍ବର : ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ରଙ୍କୁ ବିଧାନସଭାରେ ନୂଆ ବିରୋଧୀଦଳର ନେତା ଭାବେ ଘୋଷଣା କରାଯାଇଛି । ରାଜ୍ୟ ବିଜେପି ସହ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିନଳୀରେ ଏହା ଘୋଷଣା କରିଛନ୍ତି । ଶ୍ରୀ ମିଶ୍ର ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଇଛନ୍ତି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବାରୁ ପ୍ରଦୀପ୍ତ ନାଏକ ବିରୋଧୀଦଳ ନେତା ପଦରୁ  ଇସ୍ତଫା ଦେଇଥିଲେ । ଏବେ ମଧ୍ୟ ସେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ବିରୋଧୀ ଦଳର ନେତା ଭାବେ ଘୋଷଣା ହେବା ପରେ ଜୟ ନାରାୟଣ ମିଶ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଏହା ଏକ ଗୁରୁ ଦାୟିତ୍ବ, ତେଣୁ ପାରୁ ପର୍ଯ୍ୟନ୍ତ ଦାୟିତ୍ବ ତୁଲାଇବାକୁ ଚେଷ୍ଟା କରିବି। ଏଥିପାଇଁ ସେ କେନ୍ଦ୍ରୀୟ ନେତୃବୃନ୍ଦ ଓ ବିଧାୟକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏକ ଗଠନ ମୂଳକ ବିରୋଧୀଦଳ ଭାବେ କାର୍ଯ୍ୟ କରିବୁ ବୋଲି ଶ୍ରୀ ମିଶ୍ର କହିଛନ୍ତି । ସେହିପରି ମୋହନ ମାଝୀ ପବ୍ଲିକ ଆକାଉଣ୍ଟସ କମିଟି କଥା ବୁଝିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories