www.samajalive.in
Saturday, December 6, 2025
19.1 C
Bhubaneswar

ଏନଟିଆରଙ୍କ ଝିଅ ଉମା ମାହେଶ୍ବରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ

ହାଇଦ୍ରାବାଦ: ଟିଡିପି ପ୍ରତିଷ୍ଠାତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନଟି ରାମାରାଓଙ୍କ ଝିଅ ଉମା ମାହେଶ୍ବରୀଙ୍କ ପରଲୋକ ଘଟିଛି। ହାଇଦ୍ରାବାଦର ଜୁବଲି ହିଲ୍ସ ସ୍ଥିତ ବାସଭବନରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ସରକାରୀ ଡାକ୍ତରଖାନାକୁ ପଠାଇଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି। ତେବେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ନିଜର ଖରାପ ସ୍ବାସ୍ଥ୍ୟାବସ୍ଥା ଯୋଗୁଁ ସେ ବିଗତ କିଛି ମାସ ଧରି ମାନସିକ ଅବସାଦରେ ରହୁଥିଲେ। ଏହି କାରଣରୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।

ସୂଚନାଯୋଗ୍ୟ, ଉମା ମାହେଶ୍ବରୀ ଏନଟିଆରଙ୍କ ୪ର୍ଥ କନ୍ୟା ଥିଲେ।

- Advertisement -

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories