www.samajalive.in
Sunday, December 7, 2025
16.1 C
Bhubaneswar

ଲବାରସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ଟି ଶ୍ରେଣୀକୁ ୨ ଶିକ୍ଷକ

ମୋହନା: ରାଜ୍ୟ ସରକାରଙ୍କ ପକ୍ଷରୁ ୧୯୫୩ ମସିହାରେ ମୋହନା ବ୍ଲକ ଅନ୍ତର୍ଗତ ଲବାରସିଂ ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏହାପରେ ୨୦୦୮ରେ ଏହି ବିଦ୍ୟାଳୟକୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମାନ୍ୟତା ମିଳିଲା। ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୦ ଜଣ ଛାତ୍ରଛାତ୍ରୀ ପାଠ ପଢୁଥିବା ବେଳେ ସେଥିମଧ୍ୟରୁ ୪୪ଜଣ ଛାତ୍ରୀ ଓ ୫୬ଜଣ ଛାତ୍ର । ଆଠଟି ଶ୍ରେଣୀର ପିଲାଙ୍କୁ ପାଠ ପଢାଉଛନ୍ତି ମାତ୍ର ୨ଜଣ ଶିକ୍ଷକ। ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ୟୀ ଓ ସହକାରୀ ଶିକ୍ଷକ ଅନ୍ତର୍ୟ୍ୟାମୀ ପାଇକ। ପ୍ରଧାନ ଶିକ୍ଷକ ଯଦି ବିଦ୍ୟାଳୟ କାର୍ୟ୍ୟରେ ବାହାରକୁ ଗଲେ କିମ୍ଵା ଘରୋଇ କାମରେ ଛୁଟି ନେଇ ଅନୁପସ୍ଥିତ ରହିଲେ ତେବେ ସହକାରୀ ଶିକ୍ଷକ ୮ଟି ଶ୍ରେଣୀକୁ ଶିକ୍ଷାଦାନ କରନ୍ତି। ଯାହା ଗ୍ରହଣୀୟ ନୁହେଁ ବରଂ ହାସ୍ୟାସ୍ପଦ । ଶିକ୍ଷକ ଅଭାବ ଜନିତ ଅବ୍ୟବସ୍ଥା ଯୋଗୁଁ ହ୍ରାସ ପାଉଛି ପିଲାଙ୍କ ଶୈକ୍ଷିକ ଦକ୍ଷତା ଓ ଶିକ୍ଷାଦାନ ।

ସରକାରଙ୍କ ସର୍ବଶିକ୍ଷା ଅଭିଯାନ, ନୂତନ ଶିକ୍ଷାନିତୀ ଅଧିକାର ଅଧିନୀୟମ, ମଧ୍ୟାହ୍ନ ଭୋଜନ ଆଦି ମାଳମାଳ ଯୋଜନା ଛାତ୍ରୀଛାତ୍ର ମାନଙ୍କ ବୌଦ୍ଧିକ ଓ ମାନସିକ ବିକାଶର ଅଭିବୃଦ୍ଧି ସକାଶେ ପ୍ରଣୟନ କରିଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ରାଜକୋଷରୁ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ ହେଉଛି। କିନ୍ତୁ ଛାତ୍ରୀଛାତ୍ରମାନେ ସୁଫଳ ପାଇବାରୁ ବଞ୍ଚିତ ହେଉଛନ୍ତି। ଯାହା ଫଳରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ରହିଥିବା ବିଦ୍ୟାଳୟ ଗୁଡିକରେ ନିୟମିତ ଶିକ୍ଷକଙ୍କ ଅଭାବ ଯୋଗୁଁ ବିଦ୍ୟାଳୟ ଗୁଡିକରେ ପାଠ ପଢ଼ୁଥିବା ଛାତ୍ରୀ ଛାତ୍ରମାନେ ପାଠ ପଢା ପ୍ରତି ବିମୁଖ ହୋଇ ବାହାରେ ବିଭିନ୍ନ ପ୍ରକାରର କାମରେ ନିୟୋଜିତ ହୋଇଥିବା ଦେଖିବାକୁ ମିଳୁଛି।

- Advertisement -

ଲବାରସିଂ ପଞ୍ଚାୟତର ସରପଞ୍ଚ ଯମୁନା ରଇତ ଓ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ୟୀ ବିଦ୍ୟାଳୟରେ ଶିକ୍ଷକ ନିୟୋଜିତ କରିବା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ବାରମ୍ଵାର ଅବଗତ କରିଆସୁଥିଲେ ମଧ୍ୟ ସେ ପଦବୀ ପୂରଣ କରୁନାହାନ୍ତି ବୋଲି କହିଛନ୍ତି। ଏଣୁ ପ୍ରଶାସନିକ ସ୍ତରରେ ବିଦ୍ୟାଳୟରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତକୁ ଦୃଷ୍ଟିରେ ରଖି ଶିକ୍ଷାର ବିକାଶକୁ ତ୍ବରାନ୍ବିତ କରିବା ପାଇଁ ବିଦ୍ୟାଳୟରେ ଖାଲିପଡିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଯଥାଶୀଘ୍ର ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି କରାଯିବ ବୋଲି କହିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories