www.samajalive.in
Tuesday, December 9, 2025
17.1 C
Bhubaneswar

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ପ୍ରତିଷ୍ଠା ଉତ୍ସବ

ଫୁଲବାଣୀ: ମହାଯୋଗୀ ଶ୍ରୀଅରବିନ୍ଦଙ୍କ ଜନ୍ମ ବାର୍ଷିକ ତଥା ଫୁଲବାଣୀ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଗବେଷଣା କେନ୍ଦ୍ରର ପ୍ରତିଷ୍ଠା ଉତ୍ସବ ସ୍ଥାନୀୟ ସଭାଗୃହ ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଅରବିନ୍ଦ ପାଠଚକ୍ର ଫୁଲବାଣୀର ସଭାପତି ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ପୂର୍ବତନ ଛାତ୍ର ତଥା ଗଜପତି ସହକାରୀ ଜିଲାପାଳ କିରଣ କୁମାର ମହାନ୍ତି ଯୋଗଦେଇଥିଲେ । ମୁଖ୍ୟବକ୍ତା ଭାବେ ବରଗଡ଼ ପଂଚାୟତ କଲେଜର ସହକାରୀ ପ୍ରଫେସର ଡ.ଚିତ୍ତ ରଂଜନ ସାହୁ ଓ ସମ୍ମାନିତ ଅତିଥିଭାବେ ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକ, ଅନନ୍ତ ଚରଣ ମିଶ୍ର ପ୍ରମୁଖ ଯୋଗଦେଇଥିଲେ ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାଠଚକ୍ରର ଅଧ୍ୟକ୍ଷା ଉଷାମଣି ମହାନ୍ତି ବିବରଣୀ ପାଠ କରିଥିବା ବେଳେ ସଂପାଦିକା ବନାନିରାଣି ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ପୁରସ୍କୃତ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିନୋଦ କୁମାର ସାହୁ ପରିଚାଳନା କରିଥିଲେ । ସଭାକାର୍ଯ୍ୟ ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଏହି କାର୍ଯ୍ୟକ୍ରମର ପରିଚାଳନା ଶ୍ରୀ ଅରବିନ୍ଦ ପାଠଚକ୍ରର ବିନ୍ଦୁ ଅପା , ସ୍ୱାତୀ ଅପା , ପ୍ରମୋଦିନି ଅପା , ଲିଜା ଅପା , ସଂଯୁକ୍ତା ଅପା , ରଶ୍ମିତ୍‌ ଭାଇ , କାହ୍ନୁ ଭାଇ  , ମହେନ୍ଦ୍ର ଭାଇ ଓ ପ୍ରକାଶ ଭାଇ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ । ସମସ୍ତ ଅଭିଭାବକ ଓ ବହୁ ଅତିଥି ଓ ଛାତ୍ରଛାତ୍ରୀ ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories