ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କିଛି ଦିନ ତୁଳନାରେ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୧୩,୭୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୦,୫୦,୦୦୯କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୭,୮୯୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୩,୮୩,୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୯%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନ ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୪୩୦ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୧,୩୯,୭୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୨%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



