www.samajalive.in
Monday, December 15, 2025
24.1 C
Bhubaneswar

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଲେ ମହିଳା ପୁଲିସ ଅଧିକାରୀ

ବାଲିପାଟଣା: ଭିଜିଲାନ୍ସ ଜାଲରେ ଫସିଛନ୍ତି କମିଶନରେଟ ପୁଲିସ ଅଧୀନ ବାଲିପାଟଣା ଥାନାର ଏଏସଆଇ। ମାମଲାର ରଫାଦଫା କରିବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଏଏସଆଇ ପୁଷ୍ପଲତା ପାଇକରାୟ। ଆଜି ଦିନ ୧୧ ଟା ସମୟରେ ସରକାରୀ କ୍ଵାର୍ଟରରେ ରହି ନରିଶୋ କଣ୍ଟାପଡା ଗ୍ରାମର ଅଭିଯୋଗକାରୀ ନୃସିଂହ ସେନାପତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସ ଡିଏସପି ଅମିତା ତ୍ରିପାଠୀ, ଇନ୍ସପେକ୍ଟର ମଦନ ମୋହନ ପ୍ରଧାନଙ୍କ ସହ ୮ ଜଣିଆ ଟିମ୍ ଚଢ଼ାଉ କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories