www.samajalive.in
Sunday, December 7, 2025
18.1 C
Bhubaneswar

ବିଜେପିରେ ସାମିଲ ହେ​‌ଲେ କୁଲଦୀପ ବିଷ୍ଣୋଇ

ନୂଆଦିଲ୍ଲୀ: ଆଦମପୁରର ପୂର୍ବତନ ବିଧାୟକ କୁଲଦୀପ ବିଷ୍ଣୋଇ ଗୁରୁବାର ବିଜେପିରେ ସାମିଲ ହୋଇଛନ୍ତି। ଦିଲ୍ଲୀରେ ସେ ମୁଖ୍ୟମନ୍ତ୍ରୀ ମନୋହର ଲାଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି। କୁଲଦୀପ ବିଷ୍ଣୋଇ କଂଗ୍ରେସ ଛାଡ଼ିବା ପରେ ବୁଧବାର ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ସହ ତାଙ୍କ ପୁଅ ଭବ୍ୟ ବିଷ୍ଣୋଇ, ମାଆ ଜସମା ଦେବୀ ଏବଂ ପତ୍ନୀ ରେଣୁକା ବିଷ୍ଣୋଇ ମଧ୍ୟ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। କୁଲଦୀପ ସ୍ପଷ୍ଟ କରିଛନ୍ତି ଯେ, ଆଗକୁ ସେ ଏବଂ ତାଙ୍କ ପୁଅ ରାଜନୀତି କରିବେ। ତାଙ୍କ ପତ୍ନୀ ରେଣୁକା ନିର୍ବାଚନ ଲଢିବେ ନାହିଁ।

ବିଜେପିରେ ଯୋଗଦେବା ପରେ କୁଲଦୀପ ବିଷ୍ଣୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ ଭାବରେ ବର୍ଣ୍ଣନା କରି କୁଲଦୀପ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମନୋହର ଲାଲଙ୍କ ନୂତନ ନୀତି ମୋତେ ପ୍ରଭାବିତ କରିଛି।

- Advertisement -

 

Hot this week

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

Related Articles

Popular Categories