www.samajalive.in
Sunday, December 7, 2025
23.1 C
Bhubaneswar

୪୧ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ, ସଂଗରୋଧରେ ରହି ଚାଲିଛି ଚିକିତ୍ସା

ରାୟଗଡ଼ା: ଚନ୍ଦ୍ରପୁରସ୍ଥିତ  ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ହୋଇଥିବା ଛାତ୍ରୀମାନଙ୍କୁ ସ୍କୁଲରେ ସଂଗରୋଧରେ ରଖାଯାଇ ଚିକିତ୍ସା କରାଯାଉଛି। ଅଧିକାଂଶ ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି, ଯଦି ଆବଶ୍ୟକ ହୁଏ ତାହେଲେ ଅଧିକ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯିବ ବୋଲି ରାୟଗଡ଼ା ଜିଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ରାୟଗଡ଼ା ଜିଲାର ଚନ୍ଦ୍ରପୁରସ୍ଥିତ ଏକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହା ପରେ ସ୍କୁଲରେ ଭୟର ବାତାବରଣ ସୃଷ୍ଟି ହୋଇଛି। ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ସଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପଢୁଥିବା ୪୧ଜଣ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେମାନଙ୍କ ପରିବାର ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ି ଯାଇଛି। ୩୪୦ଜଣ ଛାତ୍ରୀ ପାଠ ପଢୁଥିବା ଏହି ସ୍କୁଲରେ ଗତ ବୁଧବାର ୧୨ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଅନ୍ୟ ଛାତ୍ରୀମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ଲକ୍ଷଣ ଦେଖାଦେବାରୁ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଏବଂ କରୋନା ପରୀକ୍ଷଣ ହୋଇଥିଲା। ଫଳରେ ଆଜି ଆଉ ୨୯ ଜଣ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ସମସ୍ତ ଛାତ୍ରୀମାନଙ୍କୁ ସ୍କୁଲ ପରିସର ଏକ ହଲ୍‌ରେ କରାଯାଇଥିବା ସଂଗରୋଧ ଶିବିରରେ ରଖାଯାଇଛି। ପଜିଟିଭ ଚିହ୍ନଟ ଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ସୂଚନା ଦିଆଯାଇଛି।

ଆଜି ସ୍କୁଲର ଛାତ୍ରୀମାନେ ରହୁଥିବା ହଷ୍ଟେଲରେ କରୋନା ଚିହ୍ନଟ ପରୀକ୍ଷଣ କରାଯାଉଛି। ଛାତ୍ରୀମାନଙ୍କ ସ୍ୱାବ ସଂଗ୍ରହ କରି ପରୀକ୍ଷା ନିମନ୍ତେ ପଠାଯାଇଛି ବୋଲି ଜିଲା ମଙ୍ଗଳ ଅଧିକାରୀ ସୂଚନା ଦେଇଛନ୍ତି।
ଜିଲା ମଙ୍ଗଳ ଅଧିକାରୀ କହିଛନ୍ତି ଯେ ସ୍କୁଲର କିଛି ଛାତ୍ରୀଙ୍କୁ ଥଣ୍ଡା ହେବାରୁ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ସେମାନଙ୍କ କରୋନା ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସ୍କୁଲର ଅନ୍ୟ ଛାତ୍ରୀମାନଙ୍କ କରୋନା ପରୀକ୍ଷା କରାଯାଇଥିଲା। ଫଳରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଛାତ୍ରୀମାନଙ୍କ ମଧ୍ୟରୁ ୪୧ ଜଣଙ୍କ ପରୀକ୍ଷା ହୋଇଥିବା କୋଭିଡ ରିପୋର୍ଟ ପଜିଟିଭ ଆସିଥିଲା। ତେବେ କରୋନା ସଂକ୍ରମିତ ହୋଇଥିବା ଅଧିକାଂଶ ଛାତ୍ରୀମାନଙ୍କ ଥଣ୍ଡା, ଜ୍ୱର ପ୍ରଭୃତି କୌଣସି ଲକ୍ଷଣ ନାହିଁ ଓ ସେମାନେ ସୁସ୍ଥ ଅଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ହେଲେ କରୋନା ଆକ୍ରାନ୍ତ ଛାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories