www.samajalive.in
Sunday, December 14, 2025
17.1 C
Bhubaneswar

ବ୍ଲକ ସ୍ତରୀୟ କୃମିନାଶକ ସଚେତନତା କର୍ମଶାଳା

ପାଟଣା: ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମକୁ ସଫଳ କରାଇବା ପାଇଁ ଏକ ବ୍ଲକ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ଅଗଷ୍ଟ ୧୨ରୁ ସମସ୍ତ ଶିଶୁ ଓ ଛାତ୍ରଛାତ୍ରୀମାନଙ୍କୁ କୃମିନାଶକ ବଟିକା ଖାଇବାକୁ ଦିଆଯିବାର ବ୍ୟବସ୍ଥା ସହ ବାଦ ପଡିଥିବା ପିଲାଙ୍କୁ ୧୯ ତାରିଖରେ କିପରି ଦିଆଯାଇ ପାରିବ ସେ ନେଇ କର୍ମଶାଳାରେ ମାର୍ଗ ଦର୍ଶନ ଦିଆଯାଇଥିଲା। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ ସରୋଜିନୀ ସେଠୀ, ବି ପି ଏମ ଦୀପକ କୁମାର ନାୟକ, କର୍ମଶାଳାରେ ସମସ୍ତ ତଥ୍ୟ ମାର୍ଗ ଦର୍ଶନ ଦେଇଥିଲେ। କର୍ମଶାଳାରେ ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ବ୍ଲକ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାତ, ଏବିଇଓ ସଚ୍ଚିଦାନନ୍ଦ ସେଠୀ ଓ ଗୌରାଙ୍ଗ ଚରଣ ଖିଲାର, ସିଡିପିଓ ବିଜୟ ଲକ୍ଷ୍ମୀ ମାରାଣ୍ଡି, ସମସ୍ତ ସାଧନ କେନ୍ଦ୍ରର ସଂଯୋଜକ, ସମସ୍ତ ଆଇସିଡିଏସର ପରିଦର୍ଶିକା, ମଙ୍ଗଳ ସଂପ୍ରସାରଣ ଅଧିକାରୀ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁଙ୍କ ସହ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ କର୍ମଚାରୀ ସାମିଲ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories