www.samajalive.in
Sunday, December 14, 2025
26.1 C
Bhubaneswar

ରକ୍ତଦାନ ଶିବିର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ତିଗିରିଆ: ତିଗିରିଆ ବ୍ଲକ ଅନ୍ତର୍ଗତ ଗଦାଧରପୁର ପଞ୍ଚାୟତରେ ଓଡ଼ିଶା ମୋ ପରିବାର ତରଫରୁ ଏକ ରକ୍ତଦାନ ଶିବିର ରବିବାର ଆୟୋଜନ ହେବା ଲାଗି ଚୂଡ଼ାନ୍ତ ହୋଇଛି । ଏନେଇ ଏକ ପ୍ରସ୍ତୁତି ବୈଠକ ସରପଞ୍ଚ ପୁଷ୍ପିତା ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଗଦାଧରପୁର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି ରକ୍ତଦାନ ଶିବିର ଆୟୋଜନ କରାଯିବା ସହିତ ଏଥିରେ କିଭଳି ଭାବେ ବହୁଳଭାବେ ରକ୍ତ ସଂଗ୍ରହ କରାଯାଇପାରିବ ସେନେଇ ପଞ୍ଚାୟତର ସମସ୍ତ ୱାର୍ଡସଭ୍ୟ, ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତା, ସ୍ୱଂୟ ସହାୟକ ଗୋଷ୍ଠୀର କର୍ମକର୍ତ୍ତାମାନଙ୍କ ସହିତ ଆଲୋଚନା କରାଯାଇଥିଲା ।

ଏହି ବୈଠକରେ ପୂର୍ବତନ ସରପଞ୍ଚ ଶରତ କୁମାର ସ୍ୱାଇଁ, ଆତ୍ମା ଅଧ୍ୟକ୍ଷ ହରେନ୍ଦ୍ର ଦଳେଇ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରୂପା ଦଳେଇ, ଗ୍ରାମ ସଭାପତି ଧନେଶ୍ୱର ସ୍ୱାଇଁ, ବ୍ଲକ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଶକ୍ତିପ୍ରସାଦ ସାହୁ, ତିଗିରିଆ ବ୍ଲକ ରକ୍ତଦାନ ଶିବିର ସଂଯୋଜକ ତୋଫାନ ସାମଲ ପ୍ରମୁଖ  ଉପସ୍ଥିତ ରହି ଆଲୋଚନା କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories