www.samajalive.in
Monday, December 8, 2025
17.1 C
Bhubaneswar

ଓଡ଼ିଶାରେ ଆଜି ରାତିରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଡେସ୍କ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ରାତିରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଂଚିବେ। ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ପରେ ଶ୍ରୀ ଶାହା ଭୁବନେଶ୍ୱରରେ ଆଜି ରାତ୍ରି ଯାପନ କରିବେ।

ଆସନ୍ତାକାଲି ଅର୍ଥାତ ସୋମବାର ସକାଳେ ଶ୍ରୀ ଶାହା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୁର୍ତିରେ ମାଲ୍ୟାର୍ପଣ କରିବେ। ଶ୍ରୀ ଶାହ କଟକ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ପ୍ରଜାତନ୍ତ୍ରର ୭୫ ତମ ବାର୍ଷିକ ଉତ୍ସବ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହାଙ୍କୁ ଫୁଲନଖରା, ଲିଙ୍କରୋଡ, ନିଶାମଣି ପଣ୍ଡପ, ପାଲା ମଣ୍ଡପ, ବାଦାମବାଡି, ଦୋଳ ମୁଣ୍ଡେଇ, ହରିପୁର ଓ ସେମିନାର ଛକ, ଦରଘାବଜାର ଛକରେ ବିଜେପି କାର୍ଯ୍ୟକର୍ତାଙ୍କ ଦ୍ୱାରା ସ୍ୱାଗତ କରାଯିବ ବୋଲି ଜଣାପଡ଼ିଛି।

- Advertisement -

ଆସନ୍ତାକାଲି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେବି କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ। ଅପରାହ୍ନ ୫ଟାରେ ‘ମୋଦି @ ୨୦’ ପୁସ୍ତକର ବୁକ୍‍ ରିଡିଂ କାର୍ଯ୍ୟକ୍ରମରେ ଯୋଗଦେଇ ସଂଧ୍ୟାରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories