www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟଗୋଷ୍ଠୀ କ୍ରୀଡାରେ ଚମକୁଛି ଭାରତ: ୧୬ ସ୍ବର୍ଣ୍ଣ, ୧୨ ରୌପ୍ୟ ଓ ୧୯ ବ୍ରୋଞ୍ଜ

ଡେସ୍କ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଜି ଭାରତ ଇତିହାସ ସୃଷ୍ଟି କରୁଛି। ଟ୍ରିପଲ୍ ଜମ୍ପରେ ଭାରତକୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଟ୍ରିପଲ୍ ଜମ୍ପରେ ଏଲଧସ ପୌଲ୍ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ଅବଦୁଲ୍ଲା ଆବୁବାକର ରୌପ୍ୟ ପଦକ ହାସଲ କରିଛନ୍ତି। ସେହିପରି ବକ୍ସିଂରେ ଭାରତକୁ ଦୁଇଟି ସ୍ବର୍ଣ୍ଣ ପଦକ ମିଳିଛି। ୪୮ କିଲୋଗ୍ରାମ ପୁରୁଷ ବକ୍ସିଂରେ ଅମିତ ପଙ୍ଗଲ ସ୍ୱର୍ଣ୍ଣ ଜିତିଥିବା ବେଳେ ମହିଳା ବକ୍ସିଂରେ ନିତୁ ଘନ‌ଘାସ ସ୍ୱର୍ଣ୍ଣ ଜିତିଛନ୍ତି।

ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ହକିରେ ଭାରତକୁ ଆଜି ବ୍ରୋଞ୍ଜ ପଦକ ମିଳିଛି। ୨-୧ ପେନାଲ୍ଟି ସୁଟ୍ ଆଉଟ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଭାରତୀୟ ମହିଳା ହକି ଟିମ୍ ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ହୋଇଛି। ୧୦ ହଜାଇ ମିଟର ରେସ ୱାକରେ ଦେଶ ପାଇଁ ଗୌରବ ଆଣିଛନ୍ତି ସନ୍ଦୀପ କୁମାର। ମହିଳା ଜାଭେଲିନରେ ମଧ୍ୟ ଭାରତକୁ ଆଜି ସଫଳତା ମିଳିଛି। ଅନୁ ରାଣୀ ଜିତିଛନ୍ତି ବ୍ରୋଞ୍ଜ ପଦକ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories