www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରବଳ ବର୍ଷା ସମ୍ଭାବନା: ୨ ଜିଲ୍ଲାକୁ ରେଡ୍‍, ୮କୁ ଅରେଞ୍ଜ, ୧୧କୁ ୟେଲୋ ୱାର୍ଣ୍ଣିଂ ଜାରି

ଡେସ୍କ: ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଂଟା ମଧ୍ୟରେ ଅର୍ଥାତ୍‍ ୮ ତାରିଖ ସୋମବାର ସୁଦ୍ଧା ଓଡ଼ିଶାର କଳାହାଣ୍ଡି ଓ ରାୟଗଡ଼଼ା ଜିଲ୍ଲାରେ ଅତି ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଛି।

ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଏବଂ ଏହାର ପାଖ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି। ଏଥିସହ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇଛି। ଏହା ଆଗାମୀ ୪୮ ଘଂଟା ମଧ୍ୟରେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ଛତିଶଗଡ଼ର ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

- Advertisement -

ପାଣିପାଗ କେନ୍ଦ୍ର ପକ୍ଷରୁ କୁହା ଯାଇଛି ଯେ ଆସନ୍ତା ୨୪ ଘଂଟା ମଧ୍ୟରେ ଅର୍ଥାତ୍‍ ୮ ତାରିଖ ସୋମବାର ସୁଦ୍ଧା ଓଡ଼ିଶାର କଳାହାଣ୍ଡି ଓ ରାୟଗଡ଼଼ା ଜିଲ୍ଲାରେ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ‘ୟେଲୋ’ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories